ଗୀତସଂହିତା 45

ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍‍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ।

Psalm 45:14 (UKJV) She shall be brought unto the king in raiment of needlework: the virgins her companions that follow her shall be brought unto you.

12ପୁଣି, ସୋରର କନ୍ୟା ଭେଟି ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତି କରିବେ।

13ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ।

14ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍‍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ।

15ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ;

16ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.