1ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋʼ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ।
2ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ୱର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି।
3ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ୍ଗ, ଆପଣା ମହିମା ଓ ପ୍ରଭାବ ବାନ୍ଧ।
4ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ।
5ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି; ତାହାସବୁ ରାଜାଙ୍କ ଶତ୍ରୁଗଣର ହୃଦୟରେ ବିଦ୍ଧ ହୁଏ।