1ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।
2ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ;
3ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଲାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ। [ସେଲା]
4ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ୱରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ।