ଗୀତସଂହିତା 46

ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କି ପ୍ରକାର ଉଜାଡ଼ କରିଅଛନ୍ତି!

Psalm 46:8 (UKJV) Come, behold the works of the LORD, what desolations he has made in the earth.

6ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା।

7ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।

8ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କି ପ୍ରକାର ଉଜାଡ଼ କରିଅଛନ୍ତି!

9ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି।

10“କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.