ଗୀତସଂହିତା 47

ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।

Psalm 47:1 (UKJV) O clap your hands, all you people; shout unto God with the voice of triumph.

1ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।

2କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା।

3ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.