ଗୀତସଂହିତା 48

ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।

Psalm 48:1 (UKJV) Great is the LORD, and greatly to be praised in the city of our God, in the mountain of his holiness.

1ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।

2ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର।

3ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.