2ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର।
3ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି।
4କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକ ସଙ୍ଗେ ଗମନ କଲେ।
5ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍ବିଗ୍ନ ହୋଇ ଶୀଘ୍ର ପଳାଇଲେ;
6ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।