ଗୀତସଂହିତା 48

ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ।

Psalm 48:9 (UKJV) We have thought of your loving kindness, O God, in the midst of your temple.

7ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରା ତର୍ଶୀଶ ନଗରର ଜାହାଜସବୁ ଭାଙ୍ଗିଥାଅ।

8ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ ଦେଖିଅଛୁ; ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ। [ସେଲା]

9ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ।

10ହେ ପରମେଶ୍ୱର, ଯେପରି ତୁମ୍ଭର ନାମ, ସେହିପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ।

11ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.