ଗୀତସଂହିତା 49

ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ।

Psalm 49:12 (UKJV) Nevertheless man being in honour abides not: he is like the beasts that perish.

10ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି।

11ସେମାନଙ୍କ କବର ସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।

12ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ।

13ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି। [ସେଲା]

14ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.