ଗୀତସଂହିତା 49

କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍‍ଗମନ କରିବ ନାହିଁ।

Psalm 49:17 (UKJV) For when he dies he shall carry nothing away: his glory shall not descend after him.

15ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ। [ସେଲା]

16କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;

17କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍‍ଗମନ କରିବ ନାହିଁ।

18ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;

19ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ; ସେମାନେ କଦାପି ଦୀପ୍ତି ଦେଖିବେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.