2ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର।
3ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼ ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ।
4ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣା ଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି।
5ଯେତେବେଳେ ଅଧର୍ମ ମୋʼ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି?
6ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;