ଗୀତସଂହିତା 49

କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;

Psalm 49:8 (UKJV) (For the redemption of their soul is precious, and it ceases for ever:)

6ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;

7ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ।

8କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;

9କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ।

10ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.