ଗୀତସଂହିତା 49

କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ।

Psalm 49:9 (UKJV) That he should still live for ever, and not see corruption.

7ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ।

8କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;

9କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ।

10ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି।

11ସେମାନଙ୍କ କବର ସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.