ଗୀତସଂହିତା 5

ହେ ସଦାପ୍ରଭୋ, ମୋʼ ବାକ୍ୟରେ କର୍ଣ୍ଣ ଦିଅ, ମୋହର କାକୂକ୍ତି ବିବେଚନା କର।

Psalm 5:1 (UKJV) Give ear to my words, O LORD, consider my meditation.

1ହେ ସଦାପ୍ରଭୋ, ମୋʼ ବାକ୍ୟରେ କର୍ଣ୍ଣ ଦିଅ, ମୋହର କାକୂକ୍ତି ବିବେଚନା କର।

2ହେ ମୋହର ରାଜନ୍‍, ହେ ମୋହର ପରମେଶ୍ୱର, ମୋହର ଆର୍ତ୍ତରବରେ ମନୋଯୋଗ କର, କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ।

3ହେ ସଦାପ୍ରଭୋ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.