ଗୀତସଂହିତା 5

କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ।

Psalm 5:4 (UKJV) For you are not a God that has pleasure in wickedness: neither shall evil dwell with you.

2ହେ ମୋହର ରାଜନ୍‍, ହେ ମୋହର ପରମେଶ୍ୱର, ମୋହର ଆର୍ତ୍ତରବରେ ମନୋଯୋଗ କର, କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ।

3ହେ ସଦାପ୍ରଭୋ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି।

4କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ।

5ଅହଙ୍କାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କୁ ଘୃଣା କରୁଅଛ।

6ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.