ଗୀତସଂହିତା 5

ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି।

Psalm 5:6 (UKJV) You shall destroy them that speak leasing: the LORD will detest the bloody and deceitful man.

4କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ।

5ଅହଙ୍କାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କୁ ଘୃଣା କରୁଅଛ।

6ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି।

7ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି।

8ହେ ସଦାପ୍ରଭୋ, ମୋʼ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋʼ ସମ୍ମୁଖରେ ତୁମ୍ଭର ପଥ ସରଳ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.