ଗୀତସଂହିତା 50

ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ।

Psalm 50:18 (UKJV) When you saw a thief, then you consented with him, and have been partaker with adulterers.

16ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର?

17କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।

18ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ।

19ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ୱା ପ୍ରବଞ୍ଚନା କଳ୍ପନା କରେ।

20ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.