21ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା।”
22“ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ।
23ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”