ଗୀତସଂହିତା 50

ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।

Psalm 50:8 (UKJV) I will not reprove you for your sacrifices or your burnt offerings, to have been continually before me.

6ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। [ସେଲା]

7“ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,

8ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।

9ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ବା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ।

10କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.