ଗୀତସଂହିତା 50

ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ବା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ।

Psalm 50:9 (UKJV) I will take no bullock out of your house, nor he goats out of your folds.

7“ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,

8ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।

9ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ବା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ।

10କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର।

11ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁ ଓ ବିଲର ପଶୁସବୁ ଆମ୍ଭର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.