ଗୀତସଂହିତା 51

ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।

Psalm 51:1 (UKJV) Have mercy upon me, O God, according to your loving kindness: according unto the multitude of your tender mercies blot out my transgressions.

1ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।

2ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋʼ ପାପରୁ ମୋତେ ଶୁଚି କର।

3କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋʼ ପାପ ସର୍ବଦା ମୋʼ ସମ୍ମୁଖରେ ଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.