9ମୋʼ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋʼ ଅପରାଧସବୁ ମାର୍ଜନା କର।
10ହେ ପରମେଶ୍ୱର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।
11ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋʼ ଠାରୁ ନିଅ ନାହିଁ।
12ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ।
13ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ।