11ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋʼ ଠାରୁ ନିଅ ନାହିଁ।
12ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ।
13ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ।
14ହେ ପରମେଶ୍ୱର, ମୋʼ ତ୍ରାଣର ପରମେଶ୍ୱର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ।
15ହେ ପ୍ରଭୋ, ମୋʼ ଓଷ୍ଠାଧର ଫିଟାଅ, ତହିଁରେ ମୋʼ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ।