ଗୀତସଂହିତା 51

କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ।

Psalm 51:16 (UKJV) For you desire not sacrifice; else would I give it: you delight not in burnt offering.

14ହେ ପରମେଶ୍ୱର, ମୋʼ ତ୍ରାଣର ପରମେଶ୍ୱର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ।

15ହେ ପ୍ରଭୋ, ମୋʼ ଓଷ୍ଠାଧର ଫିଟାଅ, ତହିଁରେ ମୋʼ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ।

16କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ।

17ଭଗ୍ନ ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।

18ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.