3କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋʼ ପାପ ସର୍ବଦା ମୋʼ ସମ୍ମୁଖରେ ଅଛି।
4ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ।
5ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋʼ ମାତା ମୋତେ ଗର୍ଭରେ ଧାରଣ କଲା।
6ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ।
7ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।