ଗୀତସଂହିତା 52

ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ।

Psalm 52:4 (UKJV) You love all devouring words, O you deceitful tongue.

2ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି।

3ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ। [ସେଲା]

4ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ।

5ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। [ସେଲା]

6ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.