ଗୀତସଂହିତା 52

ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ,

Psalm 52:6 (UKJV) The righteous also shall see, and fear, and shall laugh at him:

4ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ।

5ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। [ସେଲା]

6ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ,

7“ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।”

8ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.