ଗୀତସଂହିତା 53

ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ।

Psalm 53:2 (UKJV) God looked down from heaven upon the children of men, to see if there were any that did understand, that did seek God.

1“ପରମେଶ୍ୱର ନାହାନ୍ତି” ବୋଲି ମୂର୍ଖ ଆପଣା ମନେ ମନେ କହିଅଛି। ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ।

2ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ।

3ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେମାନେ ସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ।

4ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ଖାଦ୍ୟ ଗ୍ରାସ କଲା ପରି ମୋʼ ଲୋକମାନଙ୍କୁ ଗ୍ରାସ କରନ୍ତି, ପୁଣି, ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରନ୍ତି ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.