ଗୀତସଂହିତା 53

ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ୱର ତୁମ୍ଭ ବିରୁଦ୍ଧରେ ଅଧର୍ମାଚାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ୱର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ।

Psalm 53:5 (UKJV) There were they in great fear, where no fear was: for God has scattered the bones of him that camps against you: you have put them to shame, because God has despised them.

3ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେମାନେ ସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ।

4ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ଖାଦ୍ୟ ଗ୍ରାସ କଲା ପରି ମୋʼ ଲୋକମାନଙ୍କୁ ଗ୍ରାସ କରନ୍ତି, ପୁଣି, ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରନ୍ତି ନାହିଁ।

5ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ୱର ତୁମ୍ଭ ବିରୁଦ୍ଧରେ ଅଧର୍ମାଚାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ୱର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ।

6ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତା! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବେ, ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.