1ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର।
2ହେ ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ମୋʼ ମୁଖର କଥାରେ କର୍ଣ୍ଣପାତ କର।
3କାରଣ ଅପରିଚିତ ଲୋକମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ପୁଣି, ଦୁରନ୍ତ ଲୋକମାନେ ମୋʼ ପ୍ରାଣ ଖୋଜି ଅଛନ୍ତି। ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି। [ସେଲା]
4ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ; ପ୍ରଭୁ ମୋʼ ପ୍ରାଣରକ୍ଷକ ଅଟନ୍ତି।
5ସେ ମୋʼ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ; ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର।