ଗୀତସଂହିତା 54

ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ; ପ୍ରଭୁ ମୋʼ ପ୍ରାଣରକ୍ଷକ ଅଟନ୍ତି।

Psalm 54:4 (UKJV) Behold, God is mine helper: the Lord is with them that uphold my soul.

2ହେ ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ମୋʼ ମୁଖର କଥାରେ କର୍ଣ୍ଣପାତ କର।

3କାରଣ ଅପରିଚିତ ଲୋକମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ପୁଣି, ଦୁରନ୍ତ ଲୋକମାନେ ମୋʼ ପ୍ରାଣ ଖୋଜି ଅଛନ୍ତି। ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି। [ସେଲା]

4ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ; ପ୍ରଭୁ ମୋʼ ପ୍ରାଣରକ୍ଷକ ଅଟନ୍ତି।

5ସେ ମୋʼ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ; ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର।

6ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ହେ ସଦାପ୍ରଭୋ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, କାରଣ ତାହା ଉତ୍ତମ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.