ଗୀତସଂହିତା 55

ହେ ପରମେଶ୍ୱର, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର; ମୋʼ ବିନତିରୁ ଆପଣାକୁ ଲୁଚାଅ ନାହିଁ।

Psalm 55:1 (UKJV) Give ear to my prayer, O God; and hide not yourself from my supplication.

1ହେ ପରମେଶ୍ୱର, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର; ମୋʼ ବିନତିରୁ ଆପଣାକୁ ଲୁଚାଅ ନାହିଁ।

2ମୋʼ ପ୍ରତି ମନୋଯୋଗ କରି ମୋତେ ଉତ୍ତର ଦିଅ; ଶତ୍ରୁମାନଙ୍କ ରବ ସକାଶୁ, ଦୁଷ୍ଟମାନଙ୍କ ଦୌରାତ୍ମ୍ୟ ସକାଶୁ ମୁଁ ଭାବନାରେ ଅସ୍ଥିର ହୋଇ ରୋଦନ କରୁଥାଏ;

3କାରଣ ସେମାନେ ମୋʼ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ଘୃଣା କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.