10ଶତ୍ରୁମାନେ ଦିବାରାତ୍ର ତହିଁର ପ୍ରାଚୀର ଦେଇ ଭ୍ରମଣ କରନ୍ତି; ମଧ୍ୟ ଅଧର୍ମ ଓ ଉତ୍ପାତ ତହିଁ ମଧ୍ୟରେ ଅଛି।
11ଦୁଷ୍ଟତା ତହିଁର ମଧ୍ୟବର୍ତ୍ତୀ, ଦୌରାତ୍ମ୍ୟ ଓ ଛଳନା ତହିଁର ଛକସ୍ଥାନସବୁ ଛାଡ଼େ ନାହିଁ।
12କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରିପାରନ୍ତି; କିଅବା ମୋହର ଘୃଣାକାରୀ ମୋʼ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;
13ମାତ୍ର ମୋʼ ପରି ମନୁଷ୍ୟ, ମୋହର ସଙ୍ଗୀ ଓ ମୋହର ଆତ୍ମୀୟ ଯେ ତୁମ୍ଭେ, ତୁମ୍ଭେ ତାହା କଲ।
14ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ, ଜନତା ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଗମନାଗମନ କଲୁ।