ଗୀତସଂହିତା 55

ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।

Psalm 55:16 (UKJV) As for me, I will call upon God; and the LORD shall save me.

14ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ, ଜନତା ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଗମନାଗମନ କଲୁ।

15ମୃତ୍ୟୁୁ ସେମାନଙ୍କୁ ହଠାତ୍‍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସ ସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।

16ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।

17ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋʼ ରବ ଶୁଣିବେ।

18ସେ ମୋʼ ପ୍ରତିକୂଳ ଯୁଦ୍ଧରୁ କୁଶଳରେ ମୋʼ ପ୍ରାଣ ମୁକ୍ତ କରିଅଛନ୍ତି; କାରଣ ମୋʼ ସଙ୍ଗେ ବିରୋଧକାରୀ ଅନେକ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.