ଗୀତସଂହିତା 55

ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋʼ ରବ ଶୁଣିବେ।

Psalm 55:17 (UKJV) Evening, and morning, and at noon, will I pray, and cry aloud: and he shall hear my voice.

15ମୃତ୍ୟୁୁ ସେମାନଙ୍କୁ ହଠାତ୍‍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସ ସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।

16ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।

17ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋʼ ରବ ଶୁଣିବେ।

18ସେ ମୋʼ ପ୍ରତିକୂଳ ଯୁଦ୍ଧରୁ କୁଶଳରେ ମୋʼ ପ୍ରାଣ ମୁକ୍ତ କରିଅଛନ୍ତି; କାରଣ ମୋʼ ସଙ୍ଗେ ବିରୋଧକାରୀ ଅନେକ ଥିଲେ।

19ପରମେଶ୍ୱର ଶୁଣିବେ ଓ ସେମାନଙ୍କୁ ଉତ୍ତର ଦେବେ, ସେ ଚିରକାଳ ବିଦ୍ୟମାନ, [ସେଲା] ସେହି ଲୋକମାନଙ୍କ କୌଣସି ପରିବର୍ତ୍ତନ ଘଟି ନାହିଁ, ପୁଣି, ସେମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.