3କାରଣ ସେମାନେ ମୋʼ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ଘୃଣା କରନ୍ତି।
4ମୋʼ ଅନ୍ତରରେ ମୋʼ ହୃଦୟ ଅତ୍ୟନ୍ତ ବ୍ୟଥିତ ହେଉଅଛି ଓ ମୋʼ ଉପରେ ମୃତ୍ୟୁର ତ୍ରାସ ପଡ଼ିଅଛି।
5ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି, ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।
6“ଯଦି କପୋତ ପରି ମୋହର ପକ୍ଷ ଥାʼନ୍ତା! ଏଣୁ ମୁଁ କହିଲି, ଆଃ, ତେବେ ମୁଁ ଉଡ଼ିଯାଇ ବିଶ୍ରାମ ପାଆନ୍ତି।
7ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, ମୁଁ ପ୍ରାନ୍ତରରେ ବାସ କରନ୍ତି। [ସେଲା]