ଗୀତସଂହିତା 55

ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, ମୁଁ ପ୍ରାନ୍ତରରେ ବାସ କରନ୍ତି। [ସେଲା]

Psalm 55:7 (UKJV) Lo, then would I wander far off, and remain in the wilderness. Selah.

5ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି, ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।

6“ଯଦି କପୋତ ପରି ମୋହର ପକ୍ଷ ଥାʼନ୍ତା! ଏଣୁ ମୁଁ କହିଲି, ଆଃ, ତେବେ ମୁଁ ଉଡ଼ିଯାଇ ବିଶ୍ରାମ ପାଆନ୍ତି।

7ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, ମୁଁ ପ୍ରାନ୍ତରରେ ବାସ କରନ୍ତି। [ସେଲା]

8ମୁଁ ପ୍ରବଳ ବାୟୁ ଓ ତୋଫାନରୁ ଆଶ୍ରୟ ନେବା ପାଇଁ ପଳାୟନ କରନ୍ତି।”

9ହେ ପ୍ରଭୋ, ବିନାଶ କର ଓ ସେମାନଙ୍କର ଅନେକ ଜିହ୍ୱା ଜନ୍ମାଅ; କାରଣ ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.