ଗୀତସଂହିତା 56

ହେ ପରମେଶ୍ୱର, ତୁମ୍ଭ ନିକଟରେ ମୋହର ମାନତ ଅଛି; ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି।

Psalm 56:12 (UKJV) Your vows are upon me, O God: I will render praises unto you.

10ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି। ସଦାପ୍ରଭୁଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି।

11ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋହର କʼଣ କରି ପାରିବ?

12ହେ ପରମେଶ୍ୱର, ତୁମ୍ଭ ନିକଟରେ ମୋହର ମାନତ ଅଛି; ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି।

13କାରଣ ତୁମ୍ଭେ ମୃତ୍ୟୁୁରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ୱରଙ୍କ ସମ୍ମୁଖରେ ଗମନାଗମନ କରିବି; ଏଥିପାଇଁ ତୁମ୍ଭେ କʼଣ ପତନରୁ ମୋʼ ଚରଣକୁ ଉଦ୍ଧାର କରିବ ନାହିଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.