ଗୀତସଂହିତା 56

ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।

Psalm 56:3 (UKJV) What time I am afraid, I will trust in you.

1ହେ ପରମେଶ୍ୱର, ମୋତେ ଦୟା କର; କାରଣ ମୋହର ଶତ୍ରୁ ମୋତେ ଗ୍ରାସ କରିବାକୁ ଉଦ୍ୟତ; ସେ ସାରାଦିନ ଯୁଦ୍ଧ କରି ମୋʼ ପ୍ରତି ଉପଦ୍ରବ କରଇ।

2ମୋହର ଶତ୍ରୁଗଣ ଦିନସାରା ମୋତେ ଗ୍ରାସ କରିବାକୁ ଉଦ୍ୟତ; କାରଣ ଦର୍ପରେ ମୋʼ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ।

3ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।

4ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋର କଅଣ କରି ପାରିବ?

5ସେମାନେ ସାରାଦିନ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋʼ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.