5ସେମାନେ ସାରାଦିନ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋʼ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ।
6ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋʼ ପ୍ରାଣର ଅପେକ୍ଷା କରିଅଛନ୍ତି।
7ସେମାନେ କʼଣ ଅଧର୍ମ ଦ୍ୱାରା ରକ୍ଷା ପାଇବେ? ହେ ପରମେଶ୍ୱର, କ୍ରୋଧରେ ଗୋଷ୍ଠୀୟମାନଙ୍କୁ ନିପାତ କର।
8ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ?
9ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋʼ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ୱର ମୋହର ସପକ୍ଷ।