ଗୀତସଂହିତା 57

ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।

Psalm 57:1 (UKJV) Be merciful unto me, O God, be merciful unto me: for my soul trusts in you: yea, in the shadow of your wings will I make my refuge, until these calamities pass over.

1ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।

2ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ, ମୋʼ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି।

3ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; [ସେଲା] ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.