2ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ, ମୋʼ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି।
3ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; [ସେଲା] ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ।
4ମୁଁ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।
5ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।
6ସେମାନେ ମୋʼ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋʼ ପ୍ରାଣ ଅବନତ ହୋଇଅଛି; ସେମାନେ ମୋʼ ସମ୍ମୁଖରେ ଗର୍ତ୍ତ ଖୋଳିଅଛନ୍ତି; ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। [ସେଲା]