ଗୀତସଂହିତା 57

ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।

Psalm 57:5 (UKJV) Be you exalted, O God, above the heavens; let your glory be above all the earth.

3ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; [ସେଲା] ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ।

4ମୁଁ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।

5ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।

6ସେମାନେ ମୋʼ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋʼ ପ୍ରାଣ ଅବନତ ହୋଇଅଛି; ସେମାନେ ମୋʼ ସମ୍ମୁଖରେ ଗର୍ତ୍ତ ଖୋଳିଅଛନ୍ତି; ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। [ସେଲା]

7ହେ ପରମେଶ୍ୱର, ମୋʼ ଚିତ୍ତ ସୁସ୍ଥିର ଅଛି, ମୋʼ ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.