ଗୀତସଂହିତା 58

ସାପୁଡ଼ିଆମାନେ ଯେତେ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ୱର ଶୁଣେ ନାହିଁ।

Psalm 58:5 (UKJV) Which will not hearken to the voice of charmers, charming never so wisely.

3ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି।

4ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ;

5ସାପୁଡ଼ିଆମାନେ ଯେତେ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ୱର ଶୁଣେ ନାହିଁ।

6ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ।

7ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.