ଗୀତସଂହିତା 58

ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ।

Psalm 58:6 (UKJV) Break their teeth, O God, in their mouth: break out the great teeth of the young lions, O LORD.

4ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ;

5ସାପୁଡ଼ିଆମାନେ ଯେତେ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ୱର ଶୁଣେ ନାହିଁ।

6ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ।

7ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ।

8ଯେଉଁ ଶାମୁକା ଯାଉ ଯାଉ ତରଳି ଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.