ଗୀତସଂହିତା 59

ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ। ପୁଣି, ସେମାନେ ତୃପ୍ତ ନୋହିଲେ ସାରାରାତ୍ରି ରହିବେ।

Psalm 59:15 (UKJV) Let them wander up and down for food, and grudge if they be not satisfied.

13ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ୱର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ। [ସେଲା]

14ଆଉ, ସେମାନେ ସନ୍ଧ୍ୟା ବେଳେ ଫେରିଆସି କୁକ୍କୁର ପରି ଶବ୍ଦ କରନ୍ତୁ ଓ ନଗର ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତୁ।

15ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ। ପୁଣି, ସେମାନେ ତୃପ୍ତ ନୋହିଲେ ସାରାରାତ୍ରି ରହିବେ।

16ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ୱରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ୱରୂପ ହୋଇଅଛ।

17ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି; ଯେଣୁ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ୱର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.