1ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ।
2ହେ ସଦାପ୍ରଭୋ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୋ, ମୋତେ ସୁସ୍ଥ କର; କାରଣ ମୋʼ ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।
3ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୋ, ଆଉ କେତେ କାଳ?
4ହେ ସଦାପ୍ରଭୋ, ଫେର, ମୋʼ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର।