2ହେ ସଦାପ୍ରଭୋ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୋ, ମୋତେ ସୁସ୍ଥ କର; କାରଣ ମୋʼ ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।
3ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୋ, ଆଉ କେତେ କାଳ?
4ହେ ସଦାପ୍ରଭୋ, ଫେର, ମୋʼ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର।
5କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ?
6ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ।