ଗୀତସଂହିତା 6

ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି।

Psalm 6:8 (UKJV) Depart from me, all you workers of iniquity; for the LORD has heard the voice of my weeping.

6ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ।

7ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ।

8ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି।

9ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ।

10ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟନ୍ତ ବ୍ୟାକୁଳ ହେବେ; ସେମାନେ ଫେରିଯିବେ, ସେମାନେ ହଠାତ୍‍ ଲଜ୍ଜିତ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.