7ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ।
8ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି।
9ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ।
10ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟନ୍ତ ବ୍ୟାକୁଳ ହେବେ; ସେମାନେ ଫେରିଯିବେ, ସେମାନେ ହଠାତ୍ ଲଜ୍ଜିତ ହେବେ।